OdishaStatenews.com Today : 09-Dec-2022 22:24:51 PM
ଭୁବନେଶ୍ୱର: ୧୨ ଘଣ୍ଟା ଜେରା ପରେ ଇଡି କାର୍ଯ୍ୟାଳୟରୁ ବାହାରିଲେ ବିଧାୟକଙ୍କ ଭାଇ ଗଙ୍ଗାଧର ସାମଲ। କହିଲେ- ଜଗବନ୍ଧୁ ଏକ କାର କିଣିବା ପାଇଁ ବୁକ କରିଥିଲେ। | ଭୁବନେଶ୍ବର: ଅର୍ଚ୍ଚନା ନାଗ ମାମଲାରେ ଆଜି ପୁଣି ଇଡିରେ ହାଜର ହେଲେ ଶ୍ରଦ୍ଧାଞ୍ଜଳି ବେହେରା | ବିଧାନସଭାରେ ଉଠିଲା ଅର୍ଚ୍ଚନା ନାଗ ପ୍ରସଙ୍ଗ। ପ୍ରସଙ୍ଗ ଉଠାଇ ସରକାରଙ୍କୁ ଟାର୍ଗେଟ କଲେ ବିଧାୟକ ନରସିଂହ ମିଶ୍ର। | କେନ୍ଦ୍ରାପଡ଼ା: ସଦର ଥାନା ବାଲିଆ ବଜାରରେ କାର୍ତ୍ତିକେଶ୍ୱର ଭସାଣରେ ବାଣ ଫୁଟି ୨୦ ଆହତ। ୪ ଜଣଙ୍କ ଅବସ୍ଥା ସଂକଟାପନ୍ନ ସୂଚନା। | ଇଡିରୁ ବାହାରିଲେ ଫିଲ୍ମ ପ୍ରଯୋଜକ ଅକ୍ଷୟ ପରିଜା ଓ ଶ୍ରଦ୍ଧାଞ୍ଜଳି ବେହେରା। ୧୨ ଘଣ୍ଟାର ଜେରା ପରେ ଅକ୍ଷୟଙ୍କୁ ଛାଡ଼ିଲା ଇଡି। ଶ୍ରଦ୍ଧାଞ୍ଜଳିଙ୍କୁ ପଚାରିଲା ୧୪ ଘଣ୍ଟା। | ମୃତ୍ୟୁ ସମ୍ବାଦ ଖଣ୍ଡନ କଲେ ପରିବାର; ସ୍ବାସ୍ଥ୍ୟାବସ୍ଥା ଜଟିଳ ଥିବାରୁ ‘ଲାଇଫ୍ ସପୋର୍ଟ’ରେ ଅଛନ୍ତି ଅଭିନେତା ବିକ୍ରମ ଗୋଖ୍‌ଲେ | ଦେବଗଡ଼: ୪୯ ନମ୍ବର ଜାତୀୟ ରାଜପଥର ତିଲେଇବଣି ଛକରେ ଶଗଡ଼କୁ ପଛରୁ ପିଟିଲା ଟ୍ରକ୍, ଚାଷୀ ଦମ୍ପତିଙ୍କ ଘଟଣାସ୍ଥଳରେ ମୃତ୍ୟୁ | ପୁରୀ: ଏସ୍‌ପିଙ୍କ ନାଁରେ ଫେସ୍‌ବୁକ୍‌ ଆକାଉଣ୍ଟ୍ ଖୋଲି ଠକେଇ ଅଭିଯୋଗ। ହୋମଗାର୍ଡ ଚାକିରି କରାଇଦେବାକୁ କହି ଟଙ୍କା ମାଗୁଥିବା ଅଭିଯୋଗ। ସାଇବର ଥାନାରେ ଅଭିଯୋଗ ପରେ ଅଭିଯୁକ୍ତକୁ ବାନ୍ଧିଲା ପୁଲିସ। |

ସାଂସଦଙ୍କ ଦାବି ଆଗରେ ମୁଣ୍ଡ ନୁଆଁଇ‌ଲେ ଠାକ୍‌ରେ; ରାଷ୍ଟ୍ରପତି ପ୍ରାର୍ଥୀ ଦୌପଦୀ ମୁର୍ମୁଙ୍କୁ ସମର୍ଥନ କରିବାକୁ ରାଜି ହେଲେ

July 12, 2022, ରାଜନୀତି, ,


ସାଂସଦଙ୍କ ଦାବି ଆଗରେ ମୁଣ୍ଡ ନୁଆଁଇ‌ଲେ ଠାକ୍‌ରେ; ରାଷ୍ଟ୍ରପତି ପ୍ରାର୍ଥୀ ଦୌପଦୀ ମୁର୍ମୁଙ୍କୁ ସମର୍ଥନ କରିବାକୁ ରାଜି ହେଲେ
OdishaStateNews Bureau
July 12, 2022



ନିଜ ଦଳର ସାଂସଦମାନଙ୍କ ଦାବି ଆଗରେ ଶେଷରେ ମୁଣ୍ଡ ନୁଆଁଇଲେ ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ। ସାଂସଦମାନଙ୍କ ଦାବି ପରେ ଏନ୍‌ଡିଏର ରାଷ୍ଟ୍ରପତି ପ୍ରାର୍ଥୀ ଦୌପଦୀ ମୁର୍ମୁଙ୍କୁ ସମର୍ଥନ ଦେବାକୁ ଠାକ୍‌ରେ ରାଜି ହୋଇଛନ୍ତି। ସୋମବାର ଠାକ୍‌ରେଙ୍କ ବାସଭବନରେ ସାଂସଦମାନେ ତାଙ୍କୁ ଭେଟି ଆଲୋଚନା କରିବା ପରେ ସେ ଏହି ନିଷ୍ପତ୍ତି ନେଇଛନ୍ତି। ଠାକ୍‌ରେଙ୍କ ଏହି ନିଷ୍ପତ୍ତି ଜୁଲାଇ ୧୮ ତାରିଖରେ ହେବାକୁ ଥିବା ରାଷ୍ଟ୍ରପତି ନିର୍ବାଚନରେ ବିରୋଧୀ ଦଳୀୟ ପ୍ରାର୍ଥୀ ଜଶୱନ୍ତ ସିହ୍ନାଙ୍କ ପାଇଁ ଏକ ବିରାଟ ପ୍ରତିବନ୍ଧକ ହେବ।


ମହାରାଷ୍ଟ୍ରର ଶିବଶେନାର ୧୮ ଜଣ ସାଂସଦଙ୍କ ମଧ୍ୟରୁ ରାଷ୍ଟ୍ରପତି ନିର୍ବାଚନ ପାଇଁ ହେବାକୁ ଥିବା ଏକ ପ୍ରମୁଖ ବୈଠକରେ ୧୨ ଜଣ ସାଂସଦ ଉପସ୍ଥିତ ଥିଲେ। ସେମାନଙ୍କ ମଧ୍ୟରୁ ଅଧିକାଂଶ ସାଂସଦ ରା‌ଷ୍ଟ୍ରପତି ପଦବୀ ପାଇଁ ଏନ୍‌ଡିଏ ପ୍ରାର୍ଥୀ ଦୌପଦୀ ମୁର୍ମୁଙ୍କୁ ନିଜର ସମର୍ଥନ ଜଣାଇଥିଲେ। ତେବେ ବୈଠକରେ ରାଜ୍ୟସଭା ସାଂସଦ ସଞ୍ଜୟ ରାଉତ କିନ୍ତୁ ତାଙ୍କର ସମର୍ଥନ ଜଶୱନ୍ତ ସିହ୍ନାଙ୍କୁ ଦେଇଥିଲେ।


ଆପଣଙ୍କ ସୂଚନା ସକା‌ଶେ ଜଣାଇ ଦେଉଛୁ ଯେ, ଗତକାଲି ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ନିଜ ବାସଭବନ ମାତୋଶ୍ରୀରେ ଶିବସେନା ସାଂସଦଙ୍କ ବୈଠକରେ ୧୨ ଜଣ ସାଂସଦ ପହଞ୍ଚିଥିବା ବେଳେ ଆଉ ୭ ଜଣ ସାଂସଦ ପହଞ୍ଚିନଥିଲେ। ଶିବସେନାରେ ଲୋକସଭାରେ ମୋଟ ୧୯ ସାଂସଦ ଅଛନ୍ତି। ଏମଧ୍ୟରେ ୭ ଜଣ ବୈଠକରେ ନପହଞ୍ଚିବାରୁ ସେମାନେ ଉଦ୍ଧବଙ୍କ ସାଥ୍ ଛାଡ଼ିପାରନ୍ତି ବୋଲି ଚର୍ଚ୍ଚା ଜୋର ଧରିଛି। ଏହାପୂର୍ବରୁ ମଧ୍ୟ କିଛି ସାଂସଦ ଉଦ୍ଧବ ଠାକରେଙ୍କୁ ଏକନାଥ ସିନ୍ଦେଙ୍କ ସହ ମେଣ୍ଟ କରିବାକୁ ପରାମର୍ଶ ଦେଇଥିଲେ।





Back to Previous Page



<< ପୂର୍ବ ଖବର ପରବର୍ତ୍ତୀ ଖବର >>
ସ୍କୁଲରେ ତାଲା ପକାଇଲେ ଅଭିଭାବକ

ସ୍କୁଲରେ ତାଲା ପକାଇଲେ ଅଭିଭାବକ
Read More...

ଜଙ୍ଗଲରୁ ପିଲାକୁ ଉଦ୍ଧାର କଲା ପୋଲିସ୍

ଜଙ୍ଗଲରୁ ପିଲାକୁ ଉଦ୍ଧାର କଲା ପୋଲିସ୍
Read More...

ଆମ ଆଣ୍ଡ୍ରଏଡ୍ ଆପ୍:
ବିଜ୍ଞାପନ :

ସମ୍ବାଦଦାତା ଆବଶ୍ୟକ: Join us as Reporters and post your news in real time...
Register Now!
ପ୍ରତିନିଧି ଲଗ୍ ଇନ୍ :

ଛବିରେ ଖବର :ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନା:ଆଗାମୀ ୨୪ ଘଣ୍ଟା ମଧ୍ୟରେ କାଳବୈଶାଖୀ ସମ୍ଭାବନା
View All Photos

ଦର୍ଶକ ପରିସଂଖ୍ୟାନ :

Free track counters

ବିଜ୍ଞାପନ :
ବିଜ୍ଞାପନ :
ସମ୍ପାଦକଙ୍କୁ ପତ୍ର : 7440076555
©, ସର୍ବସତ୍ତ୍ବ ସଂରକ୍ଷିତ OdishaStateNews.com, 2018
ୱେବ୍ ସଂରଚନା ଓ ନିର୍ମାଣ OdishaStateNews IT Cell