OdishaStatenews.com Today : 09-Dec-2022 22:35:17 PM
ଭୁବନେଶ୍ୱର: ୧୨ ଘଣ୍ଟା ଜେରା ପରେ ଇଡି କାର୍ଯ୍ୟାଳୟରୁ ବାହାରିଲେ ବିଧାୟକଙ୍କ ଭାଇ ଗଙ୍ଗାଧର ସାମଲ। କହିଲେ- ଜଗବନ୍ଧୁ ଏକ କାର କିଣିବା ପାଇଁ ବୁକ କରିଥିଲେ। | ଭୁବନେଶ୍ବର: ଅର୍ଚ୍ଚନା ନାଗ ମାମଲାରେ ଆଜି ପୁଣି ଇଡିରେ ହାଜର ହେଲେ ଶ୍ରଦ୍ଧାଞ୍ଜଳି ବେହେରା | ବିଧାନସଭାରେ ଉଠିଲା ଅର୍ଚ୍ଚନା ନାଗ ପ୍ରସଙ୍ଗ। ପ୍ରସଙ୍ଗ ଉଠାଇ ସରକାରଙ୍କୁ ଟାର୍ଗେଟ କଲେ ବିଧାୟକ ନରସିଂହ ମିଶ୍ର। | କେନ୍ଦ୍ରାପଡ଼ା: ସଦର ଥାନା ବାଲିଆ ବଜାରରେ କାର୍ତ୍ତିକେଶ୍ୱର ଭସାଣରେ ବାଣ ଫୁଟି ୨୦ ଆହତ। ୪ ଜଣଙ୍କ ଅବସ୍ଥା ସଂକଟାପନ୍ନ ସୂଚନା। | ଇଡିରୁ ବାହାରିଲେ ଫିଲ୍ମ ପ୍ରଯୋଜକ ଅକ୍ଷୟ ପରିଜା ଓ ଶ୍ରଦ୍ଧାଞ୍ଜଳି ବେହେରା। ୧୨ ଘଣ୍ଟାର ଜେରା ପରେ ଅକ୍ଷୟଙ୍କୁ ଛାଡ଼ିଲା ଇଡି। ଶ୍ରଦ୍ଧାଞ୍ଜଳିଙ୍କୁ ପଚାରିଲା ୧୪ ଘଣ୍ଟା। | ମୃତ୍ୟୁ ସମ୍ବାଦ ଖଣ୍ଡନ କଲେ ପରିବାର; ସ୍ବାସ୍ଥ୍ୟାବସ୍ଥା ଜଟିଳ ଥିବାରୁ ‘ଲାଇଫ୍ ସପୋର୍ଟ’ରେ ଅଛନ୍ତି ଅଭିନେତା ବିକ୍ରମ ଗୋଖ୍‌ଲେ | ଦେବଗଡ଼: ୪୯ ନମ୍ବର ଜାତୀୟ ରାଜପଥର ତିଲେଇବଣି ଛକରେ ଶଗଡ଼କୁ ପଛରୁ ପିଟିଲା ଟ୍ରକ୍, ଚାଷୀ ଦମ୍ପତିଙ୍କ ଘଟଣାସ୍ଥଳରେ ମୃତ୍ୟୁ | ପୁରୀ: ଏସ୍‌ପିଙ୍କ ନାଁରେ ଫେସ୍‌ବୁକ୍‌ ଆକାଉଣ୍ଟ୍ ଖୋଲି ଠକେଇ ଅଭିଯୋଗ। ହୋମଗାର୍ଡ ଚାକିରି କରାଇଦେବାକୁ କହି ଟଙ୍କା ମାଗୁଥିବା ଅଭିଯୋଗ। ସାଇବର ଥାନାରେ ଅଭିଯୋଗ ପରେ ଅଭିଯୁକ୍ତକୁ ବାନ୍ଧିଲା ପୁଲିସ। |

ଲକ୍ଷ୍ମଣ ନାୟକ ଙ୍କ ଜିଲ୍ଲା ସ୍ତରୀୟ ଜୟନ୍ତୀ ପାଳିତ

November 22, 2022, ଓଡ଼ିଶା, ମାଲକାନଗିରି,


ଲକ୍ଷ୍ମଣ ନାୟକ ଙ୍କ ଜିଲ୍ଲା ସ୍ତରୀୟ ଜୟନ୍ତୀ ପାଳିତ
KESHAB CHANDRA NAYAK
[ CITY REPORTER MALKANGIRI ]
OdishaStateNews Bureau
November 22, 2022



ମାଲକାନଗିରି। ତା:୨୨/୧୧


ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ଶହୀଦ ଲକ୍ଷ୍ମଣ ନାୟକଙ୍କ ଜୟନ୍ତୀ ପାଳନ କରାଯାଇଛି । ଜିଲ୍ଲାପାଳ ତଥା ଜିଲ୍ଲା ମାଜିଷ୍ଟ୍ରେଟ ବିଶାଲ ସିଂଙ୍କ ତତ୍ତ୍ଵାବଧାନରେ ସ୍ଥାନୀୟ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ଶହୀଦ ଲକ୍ଷ୍ମଣ ନାୟକଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ ଏବଂ ଏକ ସାଧାରଣ ସଭାର ଆୟୋଜନ କରାଯାଇଛି । ଏହି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ମହେଶ୍ଵର ଚନ୍ଦ୍ର ନାଏକ ଯୋଗ ଦେଇ ଲକ୍ଷ୍ମଣଙ୍କ ବୀରତ୍ଵ ଓ ବଳିଦାନ ଦେଶ ପ୍ରେମର ଅନନ୍ୟ ଉଦାହରଣ ବୋଲି କହିଛନ୍ତି । ମୁଖ୍ୟବକ୍ତା ଭାବେ ଜିଲ୍ଲା ମଙ୍ଗଳ ଅଧିକାରୀ କୃପାସିନ୍ଧୁ ବେହେରା ଯୋଗ ଦେଇଥିଲେ । ଏହି ପରିପ୍ରେକ୍ଷୀରେ ବକ୍ତୃତା ପ୍ରତିଯୋଗୀତା ଆୟୋଜନ କରାଯାଇଥିଲା । ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଲକ୍ଷ୍ମୀପ୍ରିୟା ନାୟକ, ମଡେଲ ଡିଗ୍ରୀ କଲେଜର ନିବେଦିତା ମିଶ୍ର ଏବଂ ସତ୍ୟ ନାରାୟଣ କଲେଜର ଅଭିଷେକ ପଟ୍ଟନାୟକ , କେନ୍ଦ୍ରୀୟ ବିଦ୍ୟାଳୟର ରୁଦ୍ର ମାଧବ ଚୌଧୁରୀଙ୍କୁ ଯଥାକ୍ରମେ ପ୍ରଥମ, ଦ୍ଵିତୀୟ ଏବଂ ଯୁଗ୍ମ ଭାବେ ତୃତୀୟ ପୁରସ୍କାର ପ୍ରଦାନ କରାଯାଇଥିଲା । ସେହିପରି ଏହି ଶିକ୍ଷାନୁଷ୍ଠାନର ଶିକ୍ଷାର୍ଥୀମାନେ ବନ୍ଦେ ଉତ୍କଳ ଜନନୀ ସଙ୍ଗୀତ ପରିବେଷଣ କରିଥିଲେ । ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ପ୍ରମିଳା ମାଝୀ ସ୍ଵାଗତ ଭାଷଣ ପ୍ରଦାନ କରିଥିବା ବେଳେ ମହିଳା ଉଚ୍ଚ ମାଧ୍ଯମିକ ବିଦ୍ଯାଳୟ ଅଧ୍ୟକ୍ଷ ଦୁଷ୍ମନ୍ତ ଜେନା ଧନ୍ୟବାଦ ଅର୍ପଣ କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ ଡଃ ସରୋଜ ଦାସ , ଅଧ୍ୟାପକ , ଅଧ୍ୟାପିକା , ଶିକ୍ଷାର୍ଥୀବୃନ୍ଦଙ୍କ ସମେତ ସୂଚନା ଓ ଲୋକ ସମ୍ପର୍କ ବିଭାଗର କର୍ମଚାରୀ ଉପସ୍ଥିତ ଥିଲେ।


(ରିପୋର୍ଟ ବରିଷ୍ଠ ସାମ୍ବାଦିକ କେଶବ ଚନ୍ଦ୍ର ନାୟକ ମାଲକାନଗିରି)




Back to Previous Page



<< ପୂର୍ବ ଖବର ପରବର୍ତ୍ତୀ ଖବର >>
ଅଧ୍ଯାପକଙ୍କୁ ବିଦାୟା କାଳୀନ ସମ୍ବର୍ଦ୍ଧିନା

ଅଧ୍ଯାପକଙ୍କୁ ବିଦାୟା କାଳୀନ ସମ୍ବର୍ଦ୍ଧିନା
Read More...

ଭିଜିଲାନ୍ସ ଜାଲରେ ବରିଷ୍ଠ ରାଜସ୍ବ ସହାୟକ।

ଭିଜିଲାନ୍ସ ଜାଲରେ ବରିଷ୍ଠ ରାଜସ୍ବ ସହାୟକ।
Read More...

ଆମ ଆଣ୍ଡ୍ରଏଡ୍ ଆପ୍:
ବିଜ୍ଞାପନ :

ସମ୍ବାଦଦାତା ଆବଶ୍ୟକ: Join us as Reporters and post your news in real time...
Register Now!
ପ୍ରତିନିଧି ଲଗ୍ ଇନ୍ :

ଛବିରେ ଖବର :ବାଲେଶ୍ୱର ଗସ୍ତରେ ୧୫୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ
View All Photos

ଦର୍ଶକ ପରିସଂଖ୍ୟାନ :

Free track counters

ବିଜ୍ଞାପନ :
ବିଜ୍ଞାପନ :
ସମ୍ପାଦକଙ୍କୁ ପତ୍ର : 7440076555
©, ସର୍ବସତ୍ତ୍ବ ସଂରକ୍ଷିତ OdishaStateNews.com, 2018
ୱେବ୍ ସଂରଚନା ଓ ନିର୍ମାଣ OdishaStateNews IT Cell