OdishaStatenews.com Today : 09-Dec-2022 22:06:12 PM
ଭୁବନେଶ୍ୱର: ୧୨ ଘଣ୍ଟା ଜେରା ପରେ ଇଡି କାର୍ଯ୍ୟାଳୟରୁ ବାହାରିଲେ ବିଧାୟକଙ୍କ ଭାଇ ଗଙ୍ଗାଧର ସାମଲ। କହିଲେ- ଜଗବନ୍ଧୁ ଏକ କାର କିଣିବା ପାଇଁ ବୁକ କରିଥିଲେ। | ଭୁବନେଶ୍ବର: ଅର୍ଚ୍ଚନା ନାଗ ମାମଲାରେ ଆଜି ପୁଣି ଇଡିରେ ହାଜର ହେଲେ ଶ୍ରଦ୍ଧାଞ୍ଜଳି ବେହେରା | ବିଧାନସଭାରେ ଉଠିଲା ଅର୍ଚ୍ଚନା ନାଗ ପ୍ରସଙ୍ଗ। ପ୍ରସଙ୍ଗ ଉଠାଇ ସରକାରଙ୍କୁ ଟାର୍ଗେଟ କଲେ ବିଧାୟକ ନରସିଂହ ମିଶ୍ର। | କେନ୍ଦ୍ରାପଡ଼ା: ସଦର ଥାନା ବାଲିଆ ବଜାରରେ କାର୍ତ୍ତିକେଶ୍ୱର ଭସାଣରେ ବାଣ ଫୁଟି ୨୦ ଆହତ। ୪ ଜଣଙ୍କ ଅବସ୍ଥା ସଂକଟାପନ୍ନ ସୂଚନା। | ଇଡିରୁ ବାହାରିଲେ ଫିଲ୍ମ ପ୍ରଯୋଜକ ଅକ୍ଷୟ ପରିଜା ଓ ଶ୍ରଦ୍ଧାଞ୍ଜଳି ବେହେରା। ୧୨ ଘଣ୍ଟାର ଜେରା ପରେ ଅକ୍ଷୟଙ୍କୁ ଛାଡ଼ିଲା ଇଡି। ଶ୍ରଦ୍ଧାଞ୍ଜଳିଙ୍କୁ ପଚାରିଲା ୧୪ ଘଣ୍ଟା। | ମୃତ୍ୟୁ ସମ୍ବାଦ ଖଣ୍ଡନ କଲେ ପରିବାର; ସ୍ବାସ୍ଥ୍ୟାବସ୍ଥା ଜଟିଳ ଥିବାରୁ ‘ଲାଇଫ୍ ସପୋର୍ଟ’ରେ ଅଛନ୍ତି ଅଭିନେତା ବିକ୍ରମ ଗୋଖ୍‌ଲେ | ଦେବଗଡ଼: ୪୯ ନମ୍ବର ଜାତୀୟ ରାଜପଥର ତିଲେଇବଣି ଛକରେ ଶଗଡ଼କୁ ପଛରୁ ପିଟିଲା ଟ୍ରକ୍, ଚାଷୀ ଦମ୍ପତିଙ୍କ ଘଟଣାସ୍ଥଳରେ ମୃତ୍ୟୁ | ପୁରୀ: ଏସ୍‌ପିଙ୍କ ନାଁରେ ଫେସ୍‌ବୁକ୍‌ ଆକାଉଣ୍ଟ୍ ଖୋଲି ଠକେଇ ଅଭିଯୋଗ। ହୋମଗାର୍ଡ ଚାକିରି କରାଇଦେବାକୁ କହି ଟଙ୍କା ମାଗୁଥିବା ଅଭିଯୋଗ। ସାଇବର ଥାନାରେ ଅଭିଯୋଗ ପରେ ଅଭିଯୁକ୍ତକୁ ବାନ୍ଧିଲା ପୁଲିସ। |

୨୫ କୋଟି ଟଙ୍କା ର ୬ଟି ପ୍ରକଳ୍ପ ଉଦଘାଟନ କଲେ ମୁଖ୍ଯ ମନ୍ତ୍ରୀ

November 23, 2022, ଓଡ଼ିଶା, ମାଲକାନଗିରି,


୨୫ କୋଟି ଟଙ୍କା ର ୬ଟି ପ୍ରକଳ୍ପ ଉଦଘାଟନ କଲେ ମୁଖ୍ଯ ମନ୍ତ୍ରୀ
KESHAB CHANDRA NAYAK
[ CITY REPORTER MALKANGIRI ]
OdishaStateNews Bureau
November 23, 2022



ମାଲକାନଗିରି।ତା:୨୨/୧୧


ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ମାଲକାନଗିରି ଜିଲ୍ଲା ପାଇଁ ୬ଟି ଗୁରୁତ୍ବପୂର୍ଣ୍ଣ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍ଘାଟନ କରିଛନ୍ତି। ଏଥିପାଇଁ ୨୫ କୋଟି ଟଙ୍କା ବିନିଯୋଗ କରାଯାଇଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଏହିସବୁ ପ୍ରକଳ୍ପଗୁଡିକ ଜିଲ୍ଲାର ସାମାଜିକ ଓ ଆର୍ଥିକ ବିକାଶକୁ ଆହୁରି ଆଗେଇ ନେବ ।


ଭିଡିଓ କନଫରେନ୍ସ ମାଧ୍ଯମରେ ପ୍ରକଳ୍ପ ଉଦ୍‌ଘାଟନ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ‘ମାଲକାନଗିରି ସବୁବେଳେ ମୋ ପାଇଁ ସ୍ବତନ୍ତ୍ର ହୋଇ ରହିଛି । ମାଲକାନଗିରିର ବିକାଶ କାମ ମୋତେ ସବୁଠାରୁ ଅଧିକ ଖୁସି ଦେଇଥାଏ। ମୋର ପୂର୍ଣ୍ଣ ବିଶ୍ବାସ, ମାଲକାନଗିରି ପରିଚୟ ଆଗକୁ ଆହୁରି ଉଜ୍ଜଳ ହେବ। ରାଜ୍ୟର ଏକ ଆଗୁଆ ଜିଲ୍ଲା ଭାବରେ ବିକାଶ ମାନଚିତ୍ରରେ ମାଲକାନଗିରି ନିଜର ସ୍ଥିତିକୁ ଆହୁରି ଦୃଢ କରିବ।’


ଆଜି ଉଦ୍ଘାଟିତ ହୋଇଥିବା ପ୍ରକଳ୍ପ ଗୁଡିକ ମଧ୍ୟରେ ରହିଛି, ଅନ୍ବେଷା କାର୍ଯ୍ୟକ୍ରମରେ ଶିକ୍ଷାଗ୍ରହଣ କରୁଥିବା ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ପିଲାମାନଙ୍କ ପାଇଁ ଦୁଇଟି ହଷ୍ଟେଲ। ଏଥିରେ ୬୦୦ ପୁଅ ଓ ୬୦୦ ଝିଅ ରହିବା ପାଇଁ ବ୍ୟବସ୍ଥା କରାଯାଇଛି। ମୋଟୁ ଟ୍ରାଇ ଜଙ୍କସନରେ ବିଜୁ ପଟ୍ଟନାୟକ ଅନ୍ତଃରାଜ୍ୟ ବସ୍ ଟର୍ମିନାଲ । ଏହା ଜିଲ୍ଲା ସହିତ ଛତିଶଗଡ ଓ ଆନ୍ଧ୍ରପ୍ରଦେଶକୁ ଗମନାଗମନ ସୁଗମ କରିଛି। ଏହାସହିତ ମାଲକାନଗିରି ବଣ୍ଡା ଅଞ୍ଚଳକୁ ଯୋଡୁଥିବା ଏକ ଉଚ୍ଚସ୍ତରୀୟ ସେତୁ ଓ ବାଲିମେଳା ଠାରେ ତମସା ନଦୀ ଉପରେ ବିଜୁ ସେତୁ, କ୍ରୀଡାର ବିକାଶ ପାଇଁ ଏକ ଜୁଡୋ ଏକାଡେମୀ ଓ ପିଲାମାନଙ୍କ ପାଇଁ ଏକ ସ୍ବଧାର ଗୃହ।


ମୁଖ୍ୟମନ୍ତ୍ରୀ ମାଲକାନଗିରି ଜିଲ୍ଲାରେ ଦ୍ରୁତ ବିକାଶ କାର୍ଯ୍ୟକ୍ରମର ଉଚ୍ଚ ପ୍ରଶଂସା କରିଥିଲେ। ସେ କହିଥିଲେ ଯେ ମାଲକାନଗିରିବାସୀ ଆଜି ବିକାଶ ସହ ଯୋଡି ହୋଇ ରହିଛନ୍ତି। ବିକାଶ କାମରେ ଆପଣମାନଙ୍କ ସହଯୋଗ ସବୁବେଳେ ଆମକୁ ଉତ୍ସାହିତ କରି ଆସିଛି । ଜିଲ୍ଲାରେ ଶିକ୍ଷା ଓ ସଚେତନତା ପ୍ରସାର ଘଟିଛି । ଯୋଗାଯୋଗରେ ଉନ୍ନତି ଆସିଛି । ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ଠାରୁ ଆରମ୍ଭ କରି ବିଭିନ୍ନ କଲ୍ୟାଣ ଯୋଜନାର ସୁଯୋଗ ଆପଣମାନେ ନେଉଥିବା ଖୁସିର କଥା । ମାଲକାନଗିରିର ସଫଳ ଚାଷୀ, ମିଶନ ଶକ୍ତିର ମା' ମାନେ, ଛାତ୍ରଛାତ୍ରୀ, ଯୁବବର୍ଗ; ଏ ସମସ୍ତଙ୍କ ସଫଳତା ଆଜି ଜିଲ୍ଲା ପାଇଁ ନୂଆ ପରିଚୟ ଆଣିଛି ବୋଲି ସେ କହିଥିଲେ ।


ବଣ୍ଡା ଘାଟିର ଝିଅ କରମା ମୁଦୁଲି ଭୁବନେଶ୍ବରର ସବୁଠାରୁ ଭଲ ସରକାରୀ ମହିଳା ୟୁନିଭରସିଟିରେ ପାଠ ପଢୁଥିବାର ଉଦାହରଣ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଶିକ୍ଷା ହିଁ ସୁଯୋଗ ଆଣିଥାଏ ଓ ଶିକ୍ଷା ହିଁ ଏ ରୂପାନ୍ତର ଆଣିଛି । ଉପସ୍ଥିତ ଛାତ୍ରଛାତ୍ରୀମାନଙ୍କୁ ପାଠ ପଢି ନିଜ ପାଇଁ ପରିଚୟ ସୃଷ୍ଟି କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ ।


ଏହି ଅବସରରେ ଚିତ୍ରକୋଣ୍ଡା ବିଧାୟକ ପୂର୍ଣ୍ଣଚନ୍ଦ୍ର ବାକା ଏବଂ ଜିଲ୍ଲା ପରିଷଦ ଅଧ୍ୟକ୍ଷା ଶ୍ରୀମତୀ ସମାରୀ ଟାଙ୍ଗଲୁ ପ୍ରମୁଖ ବକ୍ତବ୍ୟ ରଖି ମାଲକାନଗିରି ଜିଲ୍ଲାରେ ଦ୍ରୁତ ବିକାଶ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଦୃଢ ନେତୃତ୍ବର ଉଚ୍ଚପ୍ରଶଂସା କରିଥିଲେ ।


ମୁଖ୍ୟମନ୍ତ୍ରୀଙ୍କ ୫-ଟି ସଚିବ ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ । ବୈଠକରେ ବିଭିନ୍ନ ବିଭାଗର ପ୍ରମୁଖ ସଚିବ ଓ ସଚିବମାନେ ଉପସ୍ଥିତ ଥିଲେ ।


(ରିପୋର୍ଟ: ବରିଷ୍ଠ ସାମ୍ବାଦିକ କେଶବ ଚନ୍ଦ୍ର ନାୟକ ମାଲକାନଗିରି)




Back to Previous Page



<< ପୂର୍ବ ଖବର ପରବର୍ତ୍ତୀ ଖବର >>
କେନ୍ଦ୍ରର ମୋଦି ସରକାରଙ୍କ ଜଙ୍ଗଲ ସଂରକ୍ଷଣ ନିୟମାବଳୀକୁ ଆଦିବାସୀ ମାନଙ୍କ ବିରୋଧ କରି ଗୁମ୍ମା ତହସିଲ କାର୍ଯୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ

କେନ୍ଦ୍ରର ମୋଦି ସରକାରଙ୍କ ଜଙ୍ଗଲ ସଂରକ୍ଷଣ ନିୟମାବଳୀକୁ ଆଦିବାସୀ ମାନଙ୍କ ବିରୋଧ କରି ଗୁମ୍ମା ତହସିଲ କାର୍ଯୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ
Read More...

ଅଧ୍ଯାପକଙ୍କୁ ବିଦାୟା କାଳୀନ ସମ୍ବର୍ଦ୍ଧିନା

ଅଧ୍ଯାପକଙ୍କୁ ବିଦାୟା କାଳୀନ ସମ୍ବର୍ଦ୍ଧିନା
Read More...

ଆମ ଆଣ୍ଡ୍ରଏଡ୍ ଆପ୍:
ବିଜ୍ଞାପନ :

ସମ୍ବାଦଦାତା ଆବଶ୍ୟକ: Join us as Reporters and post your news in real time...
Register Now!
ପ୍ରତିନିଧି ଲଗ୍ ଇନ୍ :

ଛବିରେ ଖବର :ଗଜପତି ଜିଲ୍ଲା ପ୍ରାଣୀ ସମ୍ପଦ ବିଭାଗର ନୂଆଗଡ ବ୍ଲକର ବିଭିନ୍ନ ପ୍ରକଳ୍ପକୁ ଶୁଭ ଉଦଘାଟନ କଲେ ଜିଲ୍ଲାପାଳ ଲିଙ୍ଗରାଜ ପଣ୍ଡା
View All Photos

ଦର୍ଶକ ପରିସଂଖ୍ୟାନ :

Free track counters

ବିଜ୍ଞାପନ :
ବିଜ୍ଞାପନ :
ସମ୍ପାଦକଙ୍କୁ ପତ୍ର : 7440076555
©, ସର୍ବସତ୍ତ୍ବ ସଂରକ୍ଷିତ OdishaStateNews.com, 2018
ୱେବ୍ ସଂରଚନା ଓ ନିର୍ମାଣ OdishaStateNews IT Cell