OdishaStatenews.com Today : 09-Dec-2022 21:47:21 PM
ଭୁବନେଶ୍ୱର: ୧୨ ଘଣ୍ଟା ଜେରା ପରେ ଇଡି କାର୍ଯ୍ୟାଳୟରୁ ବାହାରିଲେ ବିଧାୟକଙ୍କ ଭାଇ ଗଙ୍ଗାଧର ସାମଲ। କହିଲେ- ଜଗବନ୍ଧୁ ଏକ କାର କିଣିବା ପାଇଁ ବୁକ କରିଥିଲେ। | ଭୁବନେଶ୍ବର: ଅର୍ଚ୍ଚନା ନାଗ ମାମଲାରେ ଆଜି ପୁଣି ଇଡିରେ ହାଜର ହେଲେ ଶ୍ରଦ୍ଧାଞ୍ଜଳି ବେହେରା | ବିଧାନସଭାରେ ଉଠିଲା ଅର୍ଚ୍ଚନା ନାଗ ପ୍ରସଙ୍ଗ। ପ୍ରସଙ୍ଗ ଉଠାଇ ସରକାରଙ୍କୁ ଟାର୍ଗେଟ କଲେ ବିଧାୟକ ନରସିଂହ ମିଶ୍ର। | କେନ୍ଦ୍ରାପଡ଼ା: ସଦର ଥାନା ବାଲିଆ ବଜାରରେ କାର୍ତ୍ତିକେଶ୍ୱର ଭସାଣରେ ବାଣ ଫୁଟି ୨୦ ଆହତ। ୪ ଜଣଙ୍କ ଅବସ୍ଥା ସଂକଟାପନ୍ନ ସୂଚନା। | ଇଡିରୁ ବାହାରିଲେ ଫିଲ୍ମ ପ୍ରଯୋଜକ ଅକ୍ଷୟ ପରିଜା ଓ ଶ୍ରଦ୍ଧାଞ୍ଜଳି ବେହେରା। ୧୨ ଘଣ୍ଟାର ଜେରା ପରେ ଅକ୍ଷୟଙ୍କୁ ଛାଡ଼ିଲା ଇଡି। ଶ୍ରଦ୍ଧାଞ୍ଜଳିଙ୍କୁ ପଚାରିଲା ୧୪ ଘଣ୍ଟା। | ମୃତ୍ୟୁ ସମ୍ବାଦ ଖଣ୍ଡନ କଲେ ପରିବାର; ସ୍ବାସ୍ଥ୍ୟାବସ୍ଥା ଜଟିଳ ଥିବାରୁ ‘ଲାଇଫ୍ ସପୋର୍ଟ’ରେ ଅଛନ୍ତି ଅଭିନେତା ବିକ୍ରମ ଗୋଖ୍‌ଲେ | ଦେବଗଡ଼: ୪୯ ନମ୍ବର ଜାତୀୟ ରାଜପଥର ତିଲେଇବଣି ଛକରେ ଶଗଡ଼କୁ ପଛରୁ ପିଟିଲା ଟ୍ରକ୍, ଚାଷୀ ଦମ୍ପତିଙ୍କ ଘଟଣାସ୍ଥଳରେ ମୃତ୍ୟୁ | ପୁରୀ: ଏସ୍‌ପିଙ୍କ ନାଁରେ ଫେସ୍‌ବୁକ୍‌ ଆକାଉଣ୍ଟ୍ ଖୋଲି ଠକେଇ ଅଭିଯୋଗ। ହୋମଗାର୍ଡ ଚାକିରି କରାଇଦେବାକୁ କହି ଟଙ୍କା ମାଗୁଥିବା ଅଭିଯୋଗ। ସାଇବର ଥାନାରେ ଅଭିଯୋଗ ପରେ ଅଭିଯୁକ୍ତକୁ ବାନ୍ଧିଲା ପୁଲିସ। |

ଶଗଡ଼ରେ ଯାଉଥିଲେ ଚାଷୀ ଦମ୍ପତି: ଚାପି ଦେଲା ଟ୍ରକ୍

November 24, 2022, ଦେଶ ଦୁନିଆ, ,


ଶଗଡ଼ରେ ଯାଉଥିଲେ ଚାଷୀ ଦମ୍ପତି: ଚାପି ଦେଲା ଟ୍ରକ୍
OdishaStateNews Bureau
November 24, 2022



ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଠାରେ ଶଗଡ଼କୁ ପଛରୁ ଟ୍ରକ୍ ପିଟିବା ଫଳରେ ଚାଷୀ ଦମ୍ପତିଙ୍କ ଘଟଣାସ୍ଥଳରେ ମୃତ୍ୟୁ ହୋଇଛି। ଦୁଇ ବଳଦଙ୍କର ବି ପ୍ରାଣହାନି ଘଟିଛି।


ସୂଚନା ଅନୁଯାୟୀ, ଆଜି ଭୋର ସମୟରେ ଚାଷୀ ଦମ୍ପତି ନିଜର ଅମଳ ହୋଇଥିବା ଫସଲ ଆଣିବା ଲାଗି ଶଗଡ଼ରେ କ୍ଷେତକୁ ଯାଉଥିଲେ। ହଠାତ୍ ତିଲେଇବଣି ଛକରେ ଶଗଡ଼କୁ ପଛରୁ ଟ୍ରକଟିଏ ପିଟିଥିଲା। ଏଥିରେ ସେଦୁହେଁ ଚାପି ହୋଇଯାଇଥିଲେ। ଏହାଫଳରେ ଚାଷୀ ଦମ୍ପତିଙ୍କ ଘଟଣାସ୍ଥଳରେ ମୃତ୍ୟୁ ହୋଇଥିଲା। ଦୁଇ ବଳଦଙ୍କର ବି ପ୍ରାଣହାନି ଘଟିଥିଲା। ଆଜି ସକାଳେ ଶଗଡ଼ ନେଇ ଜମିକୁ ସ୍ବାମୀ ଓ ତ୍ସୀ ଯାଉଥିବାବେଳେ ପଛପଟୁ ଟ୍ରକ ଧକ୍କା ଦେବା ଫଳରେ ଘଟଣାସ୍ଥଳରେ ସ୍ବାମୀ ଓ ସ୍ତ୍ରୀଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଅସୁରଖୋଳ ଗ୍ରାମର ଶରତ ସାହୁ ଓ ତାଙ୍କ ବିଶାଖା ସାହୁ ।ତେବେ ଦେବଗଡ଼ ପଟୁ ସମ୍ବଲପୁର ଅଭିମୁଖେ ଯାଉଥିବା ଟ୍ରକ ତାଙ୍କୁ ପଛ ପଟୁ ଧକ୍କା ଦେଇଥିଲା। ତେବେ ଘଟଣାସ୍ଥଳରେ ହିଁ ଶରତ ଓ ତାଙ୍କ ବିଶାଖାଙ୍କ ମୃତ୍ୟୁ ଘଟିଥିଲା। ଅନ୍ୟପଟେ ଟ୍ରକରେ ଚାପି ହୋଇ ଗୋଟିଏ ବଳଦର ମୃତ୍ୟୁ ଘଟିଛି। ତେବେ ଦୁର୍ଘଟଣା ଘଟିବା ପରେ ଟ୍ରକର ଡ୍ରାଇଭର ଓ ହେଲପର ଘଟଣାସ୍ଥଳରୁ ଫେରାର ହୋଇଯାଇଥିବା ଜଣାପଡ଼ିଛି। ଖବରପାଇ ତିଲେଇବଣି ଫାଣ୍ଡି ପୁଲିସ ଘଟଣାସ୍ଥଳରେ ପହଞ୍ଚି ଶବ ଜବତ କରିବା ସହିତ ଘଟଣାର ତଦନ୍ତ ଆରମ୍ଭ କରିଛି । ଅନ୍ୟପଟେ କ୍ଷତିପୁରଣ ପ୍ରଦାନ ଦାବିରେ ଲୋକମାନେ ରାଜପଥରେ ରାସ୍ତାରୋକ କରିଥିବା ଜଣାପଡ଼ିଛି ।




Back to Previous Page



<< ପୂର୍ବ ଖବର ପରବର୍ତ୍ତୀ ଖବର >>
କ୍ୟାପିଟାଲ ହସ୍ପିଟାଲ ଓ ଏମ୍ସରେ ଟେଣ୍ଟ୍‌ ନାଇଟ୍‌ ଆଶ୍ରୟସ୍ଥଳୀ

କ୍ୟାପିଟାଲ ହସ୍ପିଟାଲ ଓ ଏମ୍ସରେ ଟେଣ୍ଟ୍‌ ନାଇଟ୍‌ ଆଶ୍ରୟସ୍ଥଳୀ
Read More...

ଶୀତକାଳୀନ ଅଧିବେଶନ ଆରମ୍ଭ:

ଶୀତକାଳୀନ ଅଧିବେଶନ ଆରମ୍ଭ:
Read More...

ଆମ ଆଣ୍ଡ୍ରଏଡ୍ ଆପ୍:
ବିଜ୍ଞାପନ :

ସମ୍ବାଦଦାତା ଆବଶ୍ୟକ: Join us as Reporters and post your news in real time...
Register Now!
ପ୍ରତିନିଧି ଲଗ୍ ଇନ୍ :

ଛବିରେ ଖବର :ସାମାନ୍ୟ ବଚସାରୁ ହତ୍ୟା ଘଟଣାର ଅଭିଯୁକ୍ତ କୋର୍ଟ ଚାଲାଣ
View All Photos

ଦର୍ଶକ ପରିସଂଖ୍ୟାନ :

Free track counters

ବିଜ୍ଞାପନ :
ବିଜ୍ଞାପନ :
ସମ୍ପାଦକଙ୍କୁ ପତ୍ର : 7440076555
©, ସର୍ବସତ୍ତ୍ବ ସଂରକ୍ଷିତ OdishaStateNews.com, 2018
ୱେବ୍ ସଂରଚନା ଓ ନିର୍ମାଣ OdishaStateNews IT Cell