OdishaStatenews.com Today : 09-Dec-2022 21:26:30 PM
ଭୁବନେଶ୍ୱର: ୧୨ ଘଣ୍ଟା ଜେରା ପରେ ଇଡି କାର୍ଯ୍ୟାଳୟରୁ ବାହାରିଲେ ବିଧାୟକଙ୍କ ଭାଇ ଗଙ୍ଗାଧର ସାମଲ। କହିଲେ- ଜଗବନ୍ଧୁ ଏକ କାର କିଣିବା ପାଇଁ ବୁକ କରିଥିଲେ। | ଭୁବନେଶ୍ବର: ଅର୍ଚ୍ଚନା ନାଗ ମାମଲାରେ ଆଜି ପୁଣି ଇଡିରେ ହାଜର ହେଲେ ଶ୍ରଦ୍ଧାଞ୍ଜଳି ବେହେରା | ବିଧାନସଭାରେ ଉଠିଲା ଅର୍ଚ୍ଚନା ନାଗ ପ୍ରସଙ୍ଗ। ପ୍ରସଙ୍ଗ ଉଠାଇ ସରକାରଙ୍କୁ ଟାର୍ଗେଟ କଲେ ବିଧାୟକ ନରସିଂହ ମିଶ୍ର। | କେନ୍ଦ୍ରାପଡ଼ା: ସଦର ଥାନା ବାଲିଆ ବଜାରରେ କାର୍ତ୍ତିକେଶ୍ୱର ଭସାଣରେ ବାଣ ଫୁଟି ୨୦ ଆହତ। ୪ ଜଣଙ୍କ ଅବସ୍ଥା ସଂକଟାପନ୍ନ ସୂଚନା। | ଇଡିରୁ ବାହାରିଲେ ଫିଲ୍ମ ପ୍ରଯୋଜକ ଅକ୍ଷୟ ପରିଜା ଓ ଶ୍ରଦ୍ଧାଞ୍ଜଳି ବେହେରା। ୧୨ ଘଣ୍ଟାର ଜେରା ପରେ ଅକ୍ଷୟଙ୍କୁ ଛାଡ଼ିଲା ଇଡି। ଶ୍ରଦ୍ଧାଞ୍ଜଳିଙ୍କୁ ପଚାରିଲା ୧୪ ଘଣ୍ଟା। | ମୃତ୍ୟୁ ସମ୍ବାଦ ଖଣ୍ଡନ କଲେ ପରିବାର; ସ୍ବାସ୍ଥ୍ୟାବସ୍ଥା ଜଟିଳ ଥିବାରୁ ‘ଲାଇଫ୍ ସପୋର୍ଟ’ରେ ଅଛନ୍ତି ଅଭିନେତା ବିକ୍ରମ ଗୋଖ୍‌ଲେ | ଦେବଗଡ଼: ୪୯ ନମ୍ବର ଜାତୀୟ ରାଜପଥର ତିଲେଇବଣି ଛକରେ ଶଗଡ଼କୁ ପଛରୁ ପିଟିଲା ଟ୍ରକ୍, ଚାଷୀ ଦମ୍ପତିଙ୍କ ଘଟଣାସ୍ଥଳରେ ମୃତ୍ୟୁ | ପୁରୀ: ଏସ୍‌ପିଙ୍କ ନାଁରେ ଫେସ୍‌ବୁକ୍‌ ଆକାଉଣ୍ଟ୍ ଖୋଲି ଠକେଇ ଅଭିଯୋଗ। ହୋମଗାର୍ଡ ଚାକିରି କରାଇଦେବାକୁ କହି ଟଙ୍କା ମାଗୁଥିବା ଅଭିଯୋଗ। ସାଇବର ଥାନାରେ ଅଭିଯୋଗ ପରେ ଅଭିଯୁକ୍ତକୁ ବାନ୍ଧିଲା ପୁଲିସ। |

OSSC ପକ୍ଷରୁ ପ୍ରକାଶ ପାଇଲା ବିଜ୍ଞପ୍ତି

November 24, 2022, ଦେଶ ଦୁନିଆ, ,


 OSSC ପକ୍ଷରୁ ପ୍ରକାଶ ପାଇଲା ବିଜ୍ଞପ୍ତି
OdishaStateNews Bureau
November 24, 2022



ଡ଼ିଶା ଷ୍ଟାଫ୍ ସିଲେକ୍ସନ କମିସନ (ଓଏସଏସସି) ପକ୍ଷରୁ ୭୫୪୦ଟି ହାଇସ୍କୁଲ ଶିକ୍ଷକ ପଦବୀ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି । ରାଜ୍ୟର ୪୮୪୮ଟି ସରକାରୀ ହାଇସ୍କୁଲରେ ଶିକ୍ଷକ ନିଯୁକ୍ତି ନେଇ ପୂର୍ବରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓଏସଏସସିକୁ ନିର୍ଦ୍ଦେଶ ଦେଇଥିଲେ । ଏହାପରେ ଓଏସଏସସି ପକ୍ଷରୁ ଶିକ୍ଷକ ନିଯୁକ୍ତି ପ୍ରକ୍ରିୟା ଆରମ୍ଭ ହେଇଥିବା ଜଣାପଡ଼ିଛି ।ପ୍ରକ୍ରିୟା ଆରମ୍ଭ ହୋଇ ୨୦୨୩ ଜାନୁଆରୀ ୯ ତାରିଖରେ ସମାପ୍ତ ହେବ । ଟିଜିଟି, ହିନ୍ଦି, ସଂସ୍କୃତ, ତେଲୁଗୁ, ଉର୍ଦ୍ଦୁ, କ୍ରୀଡ଼ା ଶିକ୍ଷକଙ୍କୁ ନିଯୁକ୍ତି ଦିଆଯିବ । ପ୍ରାର୍ଥୀଙ୍କର ବୟସ ଯୋଗ୍ୟତା ୨୦୨୨ ମସିହା ଜାନୁଆରୀ ୧ ତାରିଖ ସୁଦ୍ଧା ୨୧ରୁ ୩୮ ବର୍ଷ ମଧ୍ୟରେ ହୋଇଥିବା ଆବଶ୍ୟକ । ଏଥିସହିତ ଏସସି, ଏସଟି, ଏସଇବିସି, ପିଡବ୍ଲ୍ୟୁଡି ଓ ଏକ୍ସ-ସର୍ଭିସମ୍ୟାନଙ୍କ କ୍ଷେତ୍ରରେ କୋହଳ ନିୟମ ଲାଗୁ ହେବ ।ସମସ୍ତ ପଦବୀ ପାଇଁ ଭିନ୍ନ ଭିନ୍ନ ଶିକ୍ଷାଗତ ଯୋଗ୍ୟତା ରହିବା ସହ ପ୍ରାର୍ଥୀ ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ଯୋଗ୍ୟତା ପରୀକ୍ଷା (ଓଏସଏସଟିଇଟି) ପାସ୍ କରିବା ନିହାତି ଜରୁରୀ ।




Back to Previous Page



<< ପୂର୍ବ ଖବର ପରବର୍ତ୍ତୀ ଖବର >>
ପ୍ରାଣ ନେଉଛି ମିଳିମିଳା:

ପ୍ରାଣ ନେଉଛି ମିଳିମିଳା:
Read More...

୧୩ଲକ୍ଷ ଲୁଟିବା ପରେ ବେପାରୀଙ୍କୁ ପଚାରିଲେ ଦୁର୍ବୃତ୍ତ

୧୩ଲକ୍ଷ ଲୁଟିବା ପରେ ବେପାରୀଙ୍କୁ ପଚାରିଲେ ଦୁର୍ବୃତ୍ତ
Read More...

ଆମ ଆଣ୍ଡ୍ରଏଡ୍ ଆପ୍:
ବିଜ୍ଞାପନ :

ସମ୍ବାଦଦାତା ଆବଶ୍ୟକ: Join us as Reporters and post your news in real time...
Register Now!
ପ୍ରତିନିଧି ଲଗ୍ ଇନ୍ :

ଛବିରେ ଖବର :ଜୟପୁର B.J.P ଦଳ ତରଫରୁ DRCS office ଘେରାଉ....
View All Photos

ଦର୍ଶକ ପରିସଂଖ୍ୟାନ :

Free track counters

ବିଜ୍ଞାପନ :
ବିଜ୍ଞାପନ :
ସମ୍ପାଦକଙ୍କୁ ପତ୍ର : 7440076555
©, ସର୍ବସତ୍ତ୍ବ ସଂରକ୍ଷିତ OdishaStateNews.com, 2018
ୱେବ୍ ସଂରଚନା ଓ ନିର୍ମାଣ OdishaStateNews IT Cell