OdishaStatenews.com Today : 26-Nov-2020 21:05:16 PM
୩୭ ଦଫା ଦାବିରେ ଦେଶବ୍ୟାପୀ ବନ୍ଦ ଡ଼ାକରା… | ଜଗାକୁ ଛାଡ଼ି ଚାଲିଗଲା କାଳିଆ, SCBରେ ଚିକିତ୍ସାଧିନ ଅବସ୍ଥାରେ ମୃତ୍ୟୁ | ଖୋର୍ଦ୍ଧା ମେଡିକାଲର କାନ୍ଥ ଭାଙ୍ଗିଲେ ୧୮ଟିକିଆ ହାତୀପଲ | ମାଡ଼ି ଆସୁଛି ବାତ୍ୟା ନିଭାର ! ଉପକୂଳରେ ୩୦ ପ୍ଲାଟୁନ୍‌ NDRF, ସରକାରଙ୍କ ଛୁଟି ଘୋଷଣା | ରାଜରାସ୍ତାକୁ ଓହ୍ଲାଇବ ଶ୍ରମିକ ସଙ୍ଗଠନ, ହାତ ବଢାଇଲା କଂଗ୍ରେସ, ବିଜେପି କରିବ ସମ୍ୱିଧାନ ବଞ୍ଚାଅ କାର୍ଯ୍ୟକ୍ରମ… | ପାର୍ବଣ ଋତୁ ଆସିଲାଣି ଏହା କରୋନା ସଂକ୍ରମଣକୁ ରୋକିବା ପାଇଁ ଏକ କଠିନ ସମୟ, ଆମେ ଅଧିକ ସତର୍କ ରହିବା । ମାସ୍କ ପିନ୍ଧିବା,ଶାରୀରିକ ଦୂରତା ରଖିବା ଏବଂ ବାରମ୍ବାର ହାତ ଧୋଇବା-ସୂଚନା ଓ ଲୋକସମ୍ପର୍କ ବିଭାଗ, ଓଡ଼ିଶା ସରକାର । |

ଓଡ଼ିଆ ପୁଅ ତଥା ସିଏଜି ଗିରୀଶ ଚନ୍ଦ୍ର ମୁର୍ମୁଙ୍କୁ ଅନ୍ତର୍ଜାତୀୟ ପ୍ରତିଷ୍ଠାନରେ ମିଳିଲା ନୂଆ ଦାୟିତ୍ୱ ଜାଣନ୍ତୁ କ’ଣ ?

November 21, 2020, ଦେଶ ଦୁନିଆ, ,


ଓଡ଼ିଆ ପୁଅ ତଥା ସିଏଜି ଗିରୀଶ ଚନ୍ଦ୍ର ମୁର୍ମୁଙ୍କୁ ଅନ୍ତର୍ଜାତୀୟ ପ୍ରତିଷ୍ଠାନରେ ମିଳିଲା ନୂଆ ଦାୟିତ୍ୱ ଜାଣନ୍ତୁ କ’ଣ ?
`Subrat Ku Parija
[ Block Reporter Kujanga Jagatsinghpur ]
OdishaStateNews Bureau
November 21, 2020

20/11/2020(ଓଡିଶା ଷ୍ଟେଟ ନ୍ୟୁଜ ବ୍ୟୁରୋ) ଦେଶର ସିଏଜି(ମହାଲେଖା ନିୟନ୍ତ୍ରକ ଓ ମହା ସମୀକ୍ଷକ) ତଥା ଓଡ଼ିଆ ପୁଅ ଗିରୀଶ ଚନ୍ଦ୍ର ମୁର୍ମୁଙ୍କୁ ଆନ୍ତ-ସଂସଦୀୟ ୟୁନିଅନ(ଇଣ୍ଟର ପାର୍ଲାମେଣ୍ଟାରୀ ୟୁନିଅନ୍),ଜେନେଭାର ବାହ୍ୟ ଅଡିଟର ଭାବରେ ଚୟନ କରାଯାଇଛି | ଆନ୍ତର୍ଜାତୀୟ ଏଜେନ୍ସିରେ ତାଙ୍କର କାର୍ଯ୍ୟକାଳ ତିନି ବର୍ଷ ରହିବ । ମୁର୍ମୁ ହେଉଛନ୍ତି ଦେଶର ୧୪ତମ ସିଏଜି | ସେ ଖୁବ୍ ଶୀଘ୍ର ସ୍ୱିଜରଲ୍ୟାଣ୍ଡର ସୁପ୍ରିମ ଅଡିଟ୍ ପ୍ରତିଷ୍ଠାନରେ ଦାୟିତ୍ୱ ଗ୍ରହଣ କରିବେ। ଉଲ୍ଲେଖନୀୟ ଯେ, ମୁର୍ମୁ ଅଗଷ୍ଟ ମାସରେ ଜାମ୍ମୁ କାଶ୍ମୀରର ଉପରାଜ୍ୟପାଳ ପଦରୁ ଇସ୍ତଫା ଦେଇଥିଲେ। ଏହା ପରେ ତାଙ୍କୁ ସିଏଜି କରାଯାଇଥିଲା |
ଇଣ୍ଟର ପାର୍ଲାମେଣ୍ଟାରୀ ୟୁନିଅନ୍ ହେଉଛି ଏକ ଆନ୍ତର୍ଜାତୀୟ ସଂଗଠନ | ମୂଳତଃ ଏହି ସଂଗଠନ ଗଣତାନ୍ତ୍ରିକ ଦେଶର ସଂସଦ ମଧ୍ୟରେ ସମନ୍ୱୟ ରକ୍ଷା କରିବାକୁ କାର୍ଯ୍ୟ କରେ | ଏହାର ମୁଖ୍ୟ ଉଦ୍ଦେଶ୍ୟ ହେଉଛି ଗଣତାନ୍ତ୍ରିକ ପ୍ରଶାସନକୁ ପ୍ରୋତ୍ସାହିତ କରିବା ଏବଂ ସଦସ୍ୟ ରାଷ୍ଟ୍ରମାନଙ୍କ ମଧ୍ୟରେ ସମନ୍ୱୟ ରକ୍ଷା କରିବା | ଏହା ବ୍ୟତୀତ ଏହି ସଂଗଠନ ରାଜନୀତିରେ ଲିଙ୍ଗଗତ ସମାନତା ଏବଂ ରାଜନୀତିରେ ସ୍ଥାୟୀ ବିକାଶକୁ ପ୍ରୋତ୍ସାହିତ କରିଥାଏ। ଶ୍ରୀ ମୁର୍ମୁ ଓଡ଼ିଶାର ମୟୂରଭଞ୍ଜ ମାଟିର ସନ୍ତାନ ଏବଂ ସେ କେନ୍ଦ୍ର ସରକାରଙ୍କ ବିଭିନ୍ନ ପଦପଦବିରେ ଅବସ୍ଥାପିତ ହୋଇ ସଫଳତାର ସହ କାର୍ଯ୍ୟ ତୁଲାଇଛନ୍ତି।
ମୟୂରଭଞ୍ଜ ଜିଲ୍ଲା ବାରିପଦା ବ୍ଲକ୍‌ ଖଡ଼ିଶୋଳ ଗ୍ରାମ ପଞ୍ଚାୟତ କୁଞ୍ଚିଶୋଳ ଗାଁର ସ୍ବର୍ଗତ ଭାଗବତ ମୁର୍ମୁ ଏବଂ ପାର୍ବତୀ ମୁର୍ମୁଙ୍କର ୬ ପୁଅ ଏବଂ ୨ ଝିଅଙ୍କ ମଧ୍ୟରୁ ସବା ବଡ଼ପୁଅ ହେଉଛନ୍ତି ଗିରୀଶ । ୨୧ ନଭେମ୍ବର, ୧୯୫୯ରେ ଜନ୍ମଗ୍ରହଣ କରିଥିବା ଗିରୀଶ ନିଜ ଗାଁରୁ ପ୍ରାଥମିକ ଶିକ୍ଷା ଆରମ୍ଭ କରିଥିଲେ। ପରେ ବାରିପଦା ଏବଂ ରାଉରକେଲାରେ ଅଧ୍ୟୟନ ପରେ ସେ ଉତ୍କଳ ବିଶ୍ବବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ସ୍ନାତକୋତ୍ତର କରି ଜେଏନ୍‌ୟୁରେ ଉଚ୍ଚଶିକ୍ଷା ଲାଭ କରିଥିଲେ। ୧୯୮୫ରେ ‌ଗିରୀଶ ସିଭିଲ୍‌ ସର୍ଭିସ୍‌ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ ଗୁଜୁରାଟ କ୍ୟାଡର୍‌ ଆଇଏଏସ୍‌ ଅଧିକାରୀ ଭାବେ କାର୍ଯ୍ୟ ଆରମ୍ଭ କରିଥିଲେ।




Back to Previous Page



<< ପୂର୍ବ ଖବର ପରବର୍ତ୍ତୀ ଖବର >>
ଶନିଶ୍ଚର ମହାଗ୍ରହଙ୍କ ରତ୍ନମୁଦ ସକାଶେ ପ୍ରସ୍ତୁତି ବୈଠକ

ଶନିଶ୍ଚର ମହାଗ୍ରହଙ୍କ ରତ୍ନମୁଦ ସକାଶେ ପ୍ରସ୍ତୁତି ବୈଠକ
Read More...

ଭୋଟର ତାଲିକା ସଂଶୋଧନ ପାଇଁ ଚିଠା ଭୋଟର ତାଲିକା ପ୍ରକାଶ

ଭୋଟର ତାଲିକା ସଂଶୋଧନ ପାଇଁ ଚିଠା ଭୋଟର ତାଲିକା ପ୍ରକାଶ
Read More...

ଆମ ଆଣ୍ଡ୍ରଏଡ୍ ଆପ୍:
ବିଜ୍ଞାପନ :

ସମ୍ବାଦଦାତା ଆବଶ୍ୟକ: Join us as Reporters and post your news in real time...
Register Now!
ପ୍ରତିନିଧି ଲଗ୍ ଇନ୍ :

ଛବିରେ ଖବର :ଶିଶୁର ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ, ପାଟି ପଟେ ବାହାରୁଛି ମଲମୂତ୍ର
View All Photos

ଦର୍ଶକ ପରିସଂଖ୍ୟାନ :

Free track counters

ବିଜ୍ଞାପନ :
ବିଜ୍ଞାପନ :
ସମ୍ପାଦକଙ୍କୁ ପତ୍ର : 7440076555
©, ସର୍ବସତ୍ତ୍ବ ସଂରକ୍ଷିତ OdishaStateNews.com, 2018
ୱେବ୍ ସଂରଚନା ଓ ନିର୍ମାଣ OdishaStateNews IT Cell