Tuesday, August 23, 2022
Homeପୋଷାକ ବିତରଣ କାର୍ଯ୍ୟକ୍ରମ।

ପୋଷାକ ବିତରଣ କାର୍ଯ୍ୟକ୍ରମ।

ବ୍ରହ୍ମପୁର 23 .8.23, ସ୍ଥାନୀୟ ଆସ୍କା ରୋଡ ସ୍ଥିତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ ପୋଷାକ ବିତରଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ରଙ୍ଗେଇଲୁଣ୍ଡା ର ଗୋଷ୍ଠୀ ଶିକ୍ଷା ଅଧିକାରୀ ଯୋଗ ଦେଇ ଦ୍ଵୀପ ପ୍ରଜ୍ବଳନ କରିଥିଲେ। ସମ୍ମାନୀତ ଅତିଥି ଭାବେ ମାନ୍ୟବର ବିଧାୟକ ଶ୍ରୀଯୁକ୍ତ ବିକ୍ରମ ପଣ୍ଡା,ସ୍ଥାନୀୟ କର୍ପୋରେଟର,ଏବଂ ସୁବୁଦ୍ଧି ଦେବୀ କ୍ଲଷ୍ଟର ର ଭାରତୀ ଦେବୀ ଯୋଗ ଦେଇ ଛାତ୍ର ଛାତ୍ରୀ ମାନଙ୍କୁ ଉତ୍ସାହିତ କରିବା ସହିତ ସେମାନଙ୍କର ଭବିଷ୍ୟତ କେମିତି ଗଢ଼ିବା ସେ ବିଷୟରେ ବୁଝାଇ କହିଥିଲେ।ବିଧାୟକ ଶ୍ରୀଯୁକ୍ତ ପଣ୍ଡା ଙ୍କ ଦ୍ଵାରା ଛାତ୍ର ଛାତ୍ରୀ ମାନଙ୍କୁ ପୋଷାକ ବିତରଣ କରାଯାଇଥିଲା। ଉକ୍ତ କାର୍ଯ୍ୟ ରେ ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ, ଛାତ୍ର ଛାତ୍ରୀ ମାନେ ଉପସ୍ଥିତ ରହିଥିଲେ। ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶ୍ରୀଯୁକ୍ତ ରାଜେଶ କୁମାର ତାରିଣୀ ଏହି କାର୍ଯ୍ୟକ୍ରମ କୁ ପରିଚାଳନା କରିଥିଲେ।

Leave a comment

If you have an account your address will be used to display your profile picture.

- Advertisement -
Ads Image 8
error: Content is protected !!