Tuesday, August 23, 2022
Homeଝାଡ଼ବନ୍ଧ ପଞ୍ଚାୟତ ରେ ଭତ୍ତା ବଣ୍ଟନ ଓ ଉନ୍ନୟନ କାର୍ଯ୍ୟ ସମୀକ୍ଷା

ଝାଡ଼ବନ୍ଧ ପଞ୍ଚାୟତ ରେ ଭତ୍ତା ବଣ୍ଟନ ଓ ଉନ୍ନୟନ କାର୍ଯ୍ୟ ସମୀକ୍ଷା

......................................ଧରାକୋଟ,23/9/23
ଧରାକୋଟ ବ୍ଲକ ଅନ୍ତର୍ଗତ ଝାଡ଼ବନ୍ଧ ପଞ୍ଚାୟତ କାର୍ଯ୍ୟଳୟ ଠାରେ ଭତ୍ତା ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ନିର୍ବାହୀ ଅଧିକାରୀ ଦେବରାଜ ନାୟକ ଙ୍କ ସଂଯୋଜନା ରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ବ୍ଲକ ଅଧ୍ୟକ୍ଷା ସୁଲକ୍ଷଣା ଗୀତାଞ୍ଜଳି ଦେବୀ,ସମ୍ମାନିତ ଅତିଥି ଭାବରେ ଜିଲ୍ଲା ପରିଷଦ ସଦସ୍ୟ ପ୍ରତାପ ସ୍ୱାଇଁ,ସରପଞ୍ଚ ଯୋଗେନ୍ଦ୍ର ସ୍ୱାଇଁ,ସମିତି ସଭ୍ୟ ନାରାୟଣ ଗୌଡ଼,ସମବାୟ ବ୍ୟାଙ୍କ ନିର୍ଦ୍ଦେଶକ ବିପିନ ବିହାରୀ ସ୍ୱାଇଁ ପ୍ରମୁଖ ଉପସ୍ଥିତ ରହିଥିଲେ। ଏହି ଅବସରରେ ମଧୁବାବୁ ପେନସନ ଯୋଜନାରେ 80 ଜଣ ନୂତନ ହିତାଧିକାରୀଙ୍କୁ ଭତ୍ତା ବଣ୍ଟନ କରାଯାଇଥିଲା । ଏହା ପରେ ପଞ୍ଚାୟତ ସ୍ତରରେ ଚାଲିଥିବା ଉନ୍ନୟନ କାର୍ଯ୍ୟ ସମୀକ୍ଷା କରାଯାଇ ଯଥା ଶୀଘ୍ର ନିର୍ମାଣାଧୀନ ପ୍ରକଳ୍ପ ଗୁଡ଼ିକୁ ଶେଷ କରିବା ପାଇଁ ଅଧ୍ୟକ୍ଷା ନିର୍ଦ୍ଦେଶ ଦେଇଥିଲେ। ଏହି ଅବସରରେ ଅଧ୍ୟକ୍ଷା ସୁଲକ୍ଷଣା ଗୀତାଞ୍ଜଳି ଦେବୀ ଦିଗି ଗ୍ରାମର ବିଶ୍ଵେଶ୍ୱର ମନ୍ଦିର ପରିଦର୍ଶନ କରି ଛଅ ଲକ୍ଷ ଟଙ୍କା ବ୍ୟୟରେ ନିର୍ମାଣ ଚାଲିଥିବା ଉନ୍ନୟନ କାର୍ଯ୍ୟକୁ ଶୀଘ୍ର ସାରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ।

Leave a comment

If you have an account your address will be used to display your profile picture.

- Advertisement -
Ads Image 8
error: Content is protected !!