Tuesday, August 23, 2022
Homeଡାବୁଗାଁରେ ପାରମ୍ପରିକ ଆଦିବାସୀ ଦଶହରା ପାଳିତ

ଡାବୁଗାଁରେ ପାରମ୍ପରିକ ଆଦିବାସୀ ଦଶହରା ପାଳିତ

ଡାବୁଗାଁ, 26/10 ଗୁରୁବାର ନବରଙ୍ଗପୁର ଜିଲା ଡାବୁଗାଁ ବ୍ଲକ ସଦରମହକୁମା ଠାରେ ପାରମ୍ପରିକ ଆଦିବାସୀ ଦଶହରା ପାଳିତ ହୋଇଯାଇଛି | ଏଥିରେ ବ୍ଲକ ଅଧୀନ ବିଭିନ୍ନ ଗ୍ରାମରୁ ଲାଠି ,କୁର୍ଚି ଓ ଶିରା ,ମାନଙ୍କୁ ନିମନ୍ତ୍ରଣ କରାଯାଇଥାଏ | ଅପରାହ୍ନ ରେ ସମସ୍ତ ଲାଠି, କୁର୍ଚି ଡାବୁଗାଁ ମା ଠାକୁରାଣୀ ମନ୍ଦିରରେ ପହଞ୍ଚି ଥିଲେ | ସେଠାରୁ ଲାଠି ,କୁର୍ଚି, ଶିରା ଓ ଦିଶାରି ମାନେ ସୁସଜିତ ହୋଇ ପାରମ୍ପରିକ ଢୋଲ , ମର୍ଦଳ ତାଳେ ତାଳେ ନୃତ୍ୟରତ ଭାବେ ଗ୍ରାମ ପରିକ୍ରମା କରିଥିଲେ | ପରେ ମା ଡାବାଦେଇ ମନ୍ଦିରରେ ପହଞ୍ଚିଥିଲେ | ଗୁରୁବାର ସାପ୍ତାହିକ ହାଟ ଥିବାରୁ ଭକ୍ତଙ୍କ ଭିଡ ପରିଲଖିତ ହୋଇଥିଲା | ଏହି ଦଶହରା ଆଶ୍ଵିନ ମାସରେ ଦଶହରା ପର୍ବ ରେ ମା ଦୂର୍ଗାଙ୍କ ଦଶମୀ ପୂଜା ପରେ ଯେଉଁ ଗୁରୁବାର ପଡିଥାଏ ସେହିଦିନ ଆଦିବାସୀ ଦଶହରା ପାଳିତ ହୋଇଥାଏ | ଏଥିରେ ଗ୍ରାମର ପ୍ରାୟ ବହୁ ଲୋକଙ୍କ ସମାଗମ ହୋଇଥିଲା |

Leave a comment

If you have an account your address will be used to display your profile picture.

- Advertisement -
Ads Image 8
error: Content is protected !!