Tuesday, August 23, 2022
Homeଗୋଷାଣୀ ବ୍ଲକ ଲାବାନ୍ୟ ଗଡ ପଞ୍ଚାୟତ କାର୍ଯ୍ୟାଳୟ ଠାରେ ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ।

ଗୋଷାଣୀ ବ୍ଲକ ଲାବାନ୍ୟ ଗଡ ପଞ୍ଚାୟତ କାର୍ଯ୍ୟାଳୟ ଠାରେ ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ।

ଗଜପତି ଜିଲ୍ଲା ଗୋଷାଣୀ  ବ୍ଲକ ଅନ୍ତର୍ଗତ ଲାବଣ୍ୟଗଡ ଗ୍ରାମ ପଞ୍ଚାୟତ  ସମ୍ମିଳନୀ କକ୍ଷଠାରେ  ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ  ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି  । ଏହି ଅଭିଯୋଗ ଶୁଣାଣିରେ ଗଜପତି ଜିଲ୍ଲାପାଳ ଶ୍ରୀଯୁକ୍ତ ସ୍ମୃତି ରଞ୍ଜନ ପ୍ରଧାନ ଓ  ଆରକ୍ଷୀ ଅଧିକ୍ଷକ ସୁଶ୍ରୀ ସ୍ଵାତୀ ଏସ କୁମାର  ମିଳିତ ଜନ ଅଭିଯୋଗ ଶୁଣାଣୀରେ ଯୋଗଦାନ କରି  ଲାବଣ୍ୟଗଡ ସମେତ ରମ୍ପା, ଗାରାବନ୍ଧ ଓ ସୋବରା ଗ୍ରାମ ପଞ୍ଚାୟତର  ସମୁଦାୟ ମୋଟ  ୬୬ ଗୋଟି  ଅଭିଯୋଗ  ପତ୍ର ଗ୍ରହଣ କରାଯାଇଥିଲା। ସେଥିମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା- ୪୪ ଗୋଟି,ଗ୍ରାମ ଭିତ୍ତିକ ସମସ୍ୟା- ୨୨ ଓ ୨୨ ଗୋଟି ଅଭିଯୋଗକୁ ତୁରନ୍ତ ଫୈସଲା କରାଯାଇ ସମାଧାନ କରାଯାଇଛି ।   ଆଜିର ଏହି ଅଭିଯୋଗ ଶୁଣାଣି ଶିବିରରେ ସାମାଜିକ ସୁରକ୍ଷା, ଜମି ପଟ୍ଟା, ଜଳ ସେଚନ, ଗୃହ ନିର୍ମାଣ, ରାସନ୍ କାର୍ଡ, ମନରେଗା, ଶିକ୍ଷା, ମୋ ଘର ଯୋଜନା, ରାସ୍ତା  ସମସ୍ୟା ବୋଲି ବିଭିନ୍ନ ସମସ୍ୟା ନେଇ  ଅଭିଯୋଗ ଆସିଥିଲା, ସେଥି ମଧ୍ୟରୁ ଚାରି ଗୋଟି ପଞ୍ଚ୍ୟାୟତ ୨୭ ଜଣ ହିତଧିକାରୀଙ୍କୁ ଜଙ୍ଗଳ ଜମି ପଟ୍ଟା ବଣ୍ଟନ କରାଯାଇଥିଲା। ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ  ସଶକ୍ତି କରଣ ବିଭାଗ ତରଫରୁ  ୧୨ ଜଣଙ୍କୁ ପେନସନ ପ୍ରଦାନ କରାଯାଇଛି।
   ଆଜିର ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ସମୟରେ  ଗୋସାଣୀ ବ୍ଲକ ଅଧ୍ୟକ୍ଷ ଶ୍ରୀଯୁକ୍ତ ଏନ.ବୀରାରାଜୁ, ଗୋଷ୍ଠୀ ଉନ୍ନୟନ ଅଧିକାରୀ  ଶ୍ରୀ ଅଜୟ କୁମାର ପ୍ରଧାନ,ତହସିଲଦାର ଶ୍ରୀ  ନାରାୟଣ ବେହେରା ଜନ ଅଭିଯୋଗ ଶୁଣାଣି ନୋଡାଲ ଅଧିକାରୀ  ଓ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ ଗଣଙ୍କ ସମେତ  ସ୍ଥାନୀୟ ଜନପ୍ରତିନିଧି ଉପସ୍ଥିତ ଥିଲେ  ।

Leave a comment

If you have an account your address will be used to display your profile picture.

- Advertisement -
Ads Image 8
error: Content is protected !!