ମଙ୍ଗଳବାର ଦିନ ପାଟପୁର ସ୍ଥିତ ବିଶ୍ୱାସରାୟ ବିଜ୍ଞାନ ମହାବିଦ୍ୟାଳୟରେ ଯୁକ୍ତ ଦୁଇ ପ୍ରଥମ ବର୍ଷର ଛାତ୍ରଛାତ୍ରୀଙ୍କୁ ନେଇ ଏକ ସ୍ବାଗତ ସଭା ଅନୁଷ୍ଠିତ ହୋଇଯାଇଛି l ସୂଚନା ଅନୁସାରେ ଗଞ୍ଜାମ ଜିଲ୍ଲା ସାନଖେମୁଣ୍ଡି ବ୍ଲକ ଅନ୍ତର୍ଗତ ବିଶ୍ୱାସରାୟ ବିଜ୍ଞାନ ମହାବିଦ୍ୟାଳୟରେ ଅଧ୍ୟାକ୍ଷା ଡ଼ଃ ସୁଦଷ୍ଟା ଚୌଧୁରୀଙ୍କ ଅଧକ୍ଷତରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ବକ୍ତା ଭାବେ ଅଧ୍ୟାପକ ଡ଼ଃ କୈଳାଶ ଚନ୍ଦ୍ର ସ୍ୱାଇଁ ଯୋଗଦେଇ ନୂତନ ଛାତ୍ରଛାତ୍ରୀଙ୍କୁ ସ୍ୱାଗତ କରିବା ସହିତ ଉଭୟେ ଅଧ୍ୟାପକ ଅଧ୍ୟାପିକା ଓ ଛାତ୍ରଛାତ୍ରୀଙ୍କ ମଧ୍ୟରେ ପରିଚୟ ଆଦାନ ପ୍ରଦାନ ହୋଇଯାଇଛି l ଉକ୍ତ କାର୍ଯ୍ୟକ୍ରମରେ ନୂତନ ଛାତ୍ରଛାତ୍ରୀଙ୍କୁ ମହାବିଦ୍ୟାଳୟର ନୀତିନିୟମ କହିବା ସହିତ ଉପରିସ୍ଥ ଭାଇଭଉଣୀ ମାନେ ଯଦି କିଛି ରେଗିଙ୍ଗ କରନ୍ତି ତେବେ ମହାବିଦ୍ୟାଳୟ ର କତୃପକ୍ଷଙ୍କ ଦୃଷ୍ଟିଗୋଚର କରାଇବା ପାଇଁ ପରାମର୍ଶ ଦେଇଥିଲେ l ମହାବିଦ୍ୟାଳୟ ରେ କୌଣସି ପ୍ରକାର ଅପ୍ରିତିକର ପରିସ୍ଥିତି ସୃଷ୍ଟି ନକରି ନିଜେ ନିଜର ଲକ୍ଷ୍ୟ ସ୍ଥଳରେ ପହଂଚିବା ପାଇଁ ଚେଷ୍ଟା କରିବା ପାଇଁ ମହାବିଦ୍ୟାଳୟ ର ଅଧ୍ୟାକ୍ଷା ଚୌଧୁରୀ ମାଡାମ କହିବା ସହିତ ଛାତ୍ରଛାତ୍ରୀଙ୍କ ଉଜ୍ବଳ ଭବିଷ୍ୟତ କାମନା କରିଥିଲେ l ଆୟୋଜିତ କାର୍ଯ୍ୟକ୍ରମ ରେ ମହାବିଦ୍ୟାଳୟ ର ଅଧ୍ୟାପକ ସୁବାଷ ମହାପାତ୍ର, ଅଶ୍ୱିନୀ କୁମାର ରଥ, ସରସ୍ୱତୀ ପଣ୍ଡା, ଜୟ ସାହୁଙ୍କ ସମେତ ସମସ୍ତ ଅଧ୍ୟାପକ, ଅଧ୍ୟାପିକା ଓ ଛାତ୍ରଛାତ୍ରୀ ଉପସ୍ଥିତ ଥିଲେ l
ଗଞ୍ଜାମ ଶେରଗଡ଼ ରୁ ଅଖିଳ କୁମାର ପଟ୍ଟନାୟକ